ଯିଶାଇୟ 26

ହେ ସଦାପ୍ରଭୋ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।

Isaiah 26:16 (UKJV) LORD, in trouble have they visited you, they poured out a prayer when your chastening was upon them.

14ସେମାନେ ମରିଅଛନ୍ତି, ସେମାନେ ଆଉ ଜୀବିତ ହେବେ ନାହିଁ; ସେମାନେ ମୃତ ହୋଇଅଛନ୍ତି, ସେମାନେ ଉଠିବେ ନାହିଁ; ଏହେତୁ ତୁମ୍ଭେ ପ୍ରତିଫଳ ଦେଇ ସେମାନଙ୍କୁ ସଂହାର କରିଅଛ ଓ ସେମାନଙ୍କ ସ୍ମରଣ ଲୁପ୍ତ କରିଅଛ।

15ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ, ହେ ସଦାପ୍ରଭୋ, ତୁମ୍ଭେ ଏହି ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ; ତୁମ୍ଭେ ଗୌରବାନ୍ୱିତ ହୋଇଅଛ; ତୁମ୍ଭେ ଦେଶର ସୀମାସକଳ ବିସ୍ତାର କରିଅଛ।

16ହେ ସଦାପ୍ରଭୋ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।

17ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ।

18ଆମ୍ଭେମାନେ ଗର୍ଭିଣୀ ହୋଇଅଛୁ, ଆମ୍ଭେମାନେ ବ୍ୟଥିତା ହୋଇ ବାୟୁ ପ୍ରସବ କରିଅଛୁ; ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ; କିଅବା ଜଗନ୍ନିବାସୀମାନେ ଭୂମିଷ୍ଠ ହୋଇ ନାହାନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.