ଯିଶାଇୟ 26

ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରିଦେବ।

Isaiah 26:19 (UKJV) Your dead men shall live, together with my dead body shall they arise. Awake and sing, all of you that dwell in dust: for your dew is as the dew of herbs, and the earth shall cast out the dead.

17ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ।

18ଆମ୍ଭେମାନେ ଗର୍ଭିଣୀ ହୋଇଅଛୁ, ଆମ୍ଭେମାନେ ବ୍ୟଥିତା ହୋଇ ବାୟୁ ପ୍ରସବ କରିଅଛୁ; ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ; କିଅବା ଜଗନ୍ନିବାସୀମାନେ ଭୂମିଷ୍ଠ ହୋଇ ନାହାନ୍ତି।

19ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରିଦେବ।

20ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପକ୍ଷଣ ଆପଣାକୁ ଲୁଚାଅ।

21କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.