2ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର।
3ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
4ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି।
5ପୁଣି, ସେ ଊର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।
6ପାଦ, ଦରିଦ୍ରମାନଙ୍କର ପାଦ ଓ ଦୀନହୀନମାନଙ୍କ ପାଦବିକ୍ଷେପ ତାହା ଦଳିତ କରିବ।”