ଯିଶାଇୟ 26

ପୁଣି, ସେ ଊର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍‍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।

Isaiah 26:5 (UKJV) For he brings down them that dwell on high; the lofty city, he lays it low; he lays it low, even to the ground; he brings it even to the dust.

3ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।

4ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି।

5ପୁଣି, ସେ ଊର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍‍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।

6ପାଦ, ଦରିଦ୍ରମାନଙ୍କର ପାଦ ଓ ଦୀନହୀନମାନଙ୍କ ପାଦବିକ୍ଷେପ ତାହା ଦଳିତ କରିବ।”

7ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.