10କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ଓ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି; ସେହି ସ୍ଥାନରେ ଗୋବତ୍ସ ଚରିବ ଓ ଶୟନ କରିବ, ପୁଣି, ବୃକ୍ଷର ଶାଖାସବୁ ଗ୍ରାସ କରିବ।
11ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗାଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।
12ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ।
13ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।