ଯିଶାଇୟ 27

ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା।

Isaiah 27:3 (UKJV) I the LORD do keep it; I will water it every moment: lest any hurt it, I will keep it night and day.

1ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଦୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।

2ସେହି ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର।

3ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା।

4ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ! ତେବେ ଆମ୍ଭେ ଆକ୍ରମଣ କରି ସେହି ସବୁକୁ ଏକାବେଳେ ଦଗ୍ଧ କରନ୍ତୁ।

5ନଚେତ୍ ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ବନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.