4ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ! ତେବେ ଆମ୍ଭେ ଆକ୍ରମଣ କରି ସେହି ସବୁକୁ ଏକାବେଳେ ଦଗ୍ଧ କରନ୍ତୁ।
5ନଚେତ୍ ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ବନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ।
6ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।
7ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେହିପରି ସେ କି ତାହାକୁ ପ୍ରହାର କରିଅଛନ୍ତି? ଅବା, ତାହା ଦ୍ୱାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି?
8ତୁମ୍ଭେ ତାହାକୁ ବାହାର କରିବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ୱାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି।