7ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେହିପରି ସେ କି ତାହାକୁ ପ୍ରହାର କରିଅଛନ୍ତି? ଅବା, ତାହା ଦ୍ୱାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି?
8ତୁମ୍ଭେ ତାହାକୁ ବାହାର କରିବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ୱାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି।
9ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ-ପ୍ରତିମାସବୁ ଆଉ ଉଠିବେ ନାହିଁ।
10କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ଓ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି; ସେହି ସ୍ଥାନରେ ଗୋବତ୍ସ ଚରିବ ଓ ଶୟନ କରିବ, ପୁଣି, ବୃକ୍ଷର ଶାଖାସବୁ ଗ୍ରାସ କରିବ।
11ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗାଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।