ଯିଶାଇୟ 28

ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର!

Isaiah 28:1 (UKJV) Woe to the crown of pride, to the drunkards of Ephraim, whose glorious beauty is a fading flower, which are on the head of the fat valleys of them that are overcome with wine!

1ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର!

2ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ।

3ଇଫ୍ରୟିମର ମତ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ ପଦ ତଳେ ଦଳିତ ହେବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.