ଯିଶାଇୟ 28

ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;

Isaiah 28:14 (UKJV) Wherefore hear the word of the LORD, all of you scornful men, that rule this people which is in Jerusalem.

12ସେ ସେମାନଙ୍କୁ କହିଲେ, “ଏହି ବିଶ୍ରାମ, ତୁମ୍ଭେମାନେ କ୍ଳାନ୍ତ ଲୋକମାନଙ୍କୁ ବିଶ୍ରାମ ଦିଅନ୍ତି, ପୁଣି, ଏହି ତ ଆରାମ,” ମାତ୍ର ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ।

13ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍‍ ପଡ଼ି ଭଗ୍ନ ହେବେ, ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ।

14ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;

15ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,”

16ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣ-ପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.