14ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
15ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,”
16ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣ-ପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।
17ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।”
18ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ।