ଯିଶାଇୟ 28

ତାହା ଯେତେ ଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ।

Isaiah 28:19 (UKJV) From the time that it goes forth it shall take you: for morning by morning shall it pass over, by day and by night: and it shall be a vexation only to understand the report.

17ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।”

18ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ।

19ତାହା ଯେତେ ଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ।

20କାରଣ, ଆପଣାକୁ ଲମ୍ବାଇବା ପାଇଁ ମନୁଷ୍ୟର ଶଯ୍ୟା ସାନ ଓ ଆପଣାକୁ ଘୋଡ଼ାଇବା ପାଇଁ ବସ୍ତ୍ର ଅଣଓସାର।

21ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍‍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.