18ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ।
19ତାହା ଯେତେ ଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ।
20କାରଣ, ଆପଣାକୁ ଲମ୍ବାଇବା ପାଇଁ ମନୁଷ୍ୟର ଶଯ୍ୟା ସାନ ଓ ଆପଣାକୁ ଘୋଡ଼ାଇବା ପାଇଁ ବସ୍ତ୍ର ଅଣଓସାର।
21ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।
22ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ।