22ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ।
23ତୁମ୍ଭେମାନେ କର୍ଣ୍ଣ ଦେଇ ଆମ୍ଭର ରବ ଶୁଣ; ମନୋଯୋଗ କରି ଆମ୍ଭର ବାକ୍ୟ ଶ୍ରବଣ କର।
24କୃଷକ ବୀଜ ବୁଣିବା ପାଇଁ କʼଣ ନିତ୍ୟ ହଳ ବୁଲାଏ? ସେ କʼଣ ନିତ୍ୟ ଶିଆର କରି ଆପଣାର ଭୂମିର ଟେଳା ଭାଙ୍ଗେ?
25ସେ କʼଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚି ଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କʼଣ ଜହ୍ନା ବୁଣେ ନାହିଁ?
26କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।