27ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ଡରେ ପିଟାଯାଏ।
28ରୁଟିର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ୱଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ।
29ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ।