2ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ।
3ଇଫ୍ରୟିମର ମତ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ ପଦ ତଳେ ଦଳିତ ହେବ;
4ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବାମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବା ମାତ୍ର ଗ୍ରାସ କରେ।
5ସେହି ଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ୱରୂପ ହେବେ;
6ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର-ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ।