ଯିଶାଇୟ 28

ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର-ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ।

Isaiah 28:6 (UKJV) And for a spirit of judgment to him that sits in judgment, and for strength to them that turn the battle to the gate.

4ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବାମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବା ମାତ୍ର ଗ୍ରାସ କରେ।

5ସେହି ଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ୱରୂପ ହେବେ;

6ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର-ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ।

7ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍‍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।

8କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.