7ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।
8କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ।
9“ସେ କାହାକୁ ଜ୍ଞାନ ଶିକ୍ଷା ଦେବ? ସେ କାହାକୁ ସମାଚାର ବୁଝାଇ ଦେବ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ?
10କାରଣ, ଏ ତ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ।”
11ନା, ମାତ୍ର ସେ ବିଦେଶୀୟ ଓଷ୍ଠାଧର ଓ ପରଭାଷା ଦ୍ୱାରା ଏହି ଲୋକମାନଙ୍କୁ କଥା କହିବେ;