9ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।
10କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।
11ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ।”
12ଆଉ, ସେହି ପୁସ୍ତକ ଅଶିକ୍ଷିତ ଲୋକକୁ ଦେଇ, ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ମୁଁ ଶିକ୍ଷିତ ଲୋକ ନୁହେଁ।”
13ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।