ଯିଶାଇୟ 29

ଆଉ, ସେହି ପୁସ୍ତକ ଅଶିକ୍ଷିତ ଲୋକକୁ ଦେଇ, ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ମୁଁ ଶିକ୍ଷିତ ଲୋକ ନୁହେଁ।”

Isaiah 29:12 (UKJV) And the book is delivered to him that is not learned, saying, Read this, I pray you: and he says, I am not learned.

10କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।

11ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ।”

12ଆଉ, ସେହି ପୁସ୍ତକ ଅଶିକ୍ଷିତ ଲୋକକୁ ଦେଇ, ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ମୁଁ ଶିକ୍ଷିତ ଲୋକ ନୁହେଁ।”

13ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।

14ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍‍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟକର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.