11ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ।”
12ଆଉ, ସେହି ପୁସ୍ତକ ଅଶିକ୍ଷିତ ଲୋକକୁ ଦେଇ, ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ମୁଁ ଶିକ୍ଷିତ ଲୋକ ନୁହେଁ।”
13ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।
14ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟକର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।”
15ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି?”