1ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ;
2ତେବେ ଆମ୍ଭେ ଅରୀୟେଲ ପ୍ରତି ଦୁଃଖ ଘଟାଇବା, ତହୁଁ ଶୋକ ଓ ବିଳାପ ହେବ ଓ ତାହା ଆମ୍ଭ ପ୍ରତି ଅରୀୟେଲ (ଦାହସ୍ଥାନ) ତୁଲ୍ୟ ହେବ।
3ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା।
4ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ୱରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍ ଫୁସ୍ ଶବ୍ଦ ଉଠିବ।