ଯିଶାଇୟ 29

ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା।

Isaiah 29:3 (UKJV) And I will camp against you round about, and will lay siege against you with a mount, and I will raise forts against you.

1ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ;

2ତେବେ ଆମ୍ଭେ ଅରୀୟେଲ ପ୍ରତି ଦୁଃଖ ଘଟାଇବା, ତହୁଁ ଶୋକ ଓ ବିଳାପ ହେବ ଓ ତାହା ଆମ୍ଭ ପ୍ରତି ଅରୀୟେଲ (ଦାହସ୍ଥାନ) ତୁଲ୍ୟ ହେବ।

3ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା।

4ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ୱରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍‍ ଫୁସ୍‍ ଶବ୍ଦ ଉଠିବ।

5ମାତ୍ର ତୁମ୍ଭ ଶତ୍ରୁଗଣର ଲୋକସମୂହ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକସମୂହ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍‍ ଏହା ଘଟିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.