1ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;
2ବୀର, ଯୋଦ୍ଧା; ବିଚାରକର୍ତ୍ତା, ଭବିଷ୍ୟଦ୍ବକ୍ତା, ମନ୍ତ୍ରଜ୍ଞ, ପ୍ରାଚୀନ;
3ପଚାଶପତି, ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ, ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ)।