10ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।
11ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।
12ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି।
13ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି।
14ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; “ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;”