ଯିଶାଇୟ 3

ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; “ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;”

Isaiah 3:14 (UKJV) The LORD will enter into judgment with the ancients of his people, and the princes thereof: for all of you have eaten up the vineyard; the spoil of the poor is in your houses.

12ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି।

13ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି।

14ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; “ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;”

15“ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ?” ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି।

16ଆହୁରି ସଦାପ୍ରଭୁ କହିଲେ, “ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.