ଯିଶାଇୟ 3

ବୀର, ଯୋଦ୍ଧା; ବିଚାରକର୍ତ୍ତା, ଭବିଷ୍ୟଦ୍‍ବକ୍ତା, ମନ୍ତ୍ରଜ୍ଞ, ପ୍ରାଚୀନ;

Isaiah 3:2 (UKJV) The mighty man, and the man of war, the judge, and the prophet, and the prudent, and the ancient,

1ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍‍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;

2ବୀର, ଯୋଦ୍ଧା; ବିଚାରକର୍ତ୍ତା, ଭବିଷ୍ୟଦ୍‍ବକ୍ତା, ମନ୍ତ୍ରଜ୍ଞ, ପ୍ରାଚୀନ;

3ପଚାଶପତି, ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ, ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ)।

4ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.