4ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ।
5ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ।
6କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, “ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;”
7ସେ ସେହି ଦିନ ଆପଣା ରବ ଉଠାଇ କହିବ “ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।”
8ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ।