ଯିଶାଇୟ 3

ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ।

Isaiah 3:8 (UKJV) For Jerusalem is ruined, and Judah is fallen: because their tongue and their doings are against the LORD, to provoke the eyes of his glory.

6କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, “ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;”

7ସେ ସେହି ଦିନ ଆପଣା ରବ ଉଠାଇ କହିବ “ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।”

8ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ।

9ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି।

10ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.