ଯିଶାଇୟ 30

ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ିଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”

Isaiah 30:11 (UKJV) Get you out of the way, turn aside out of the path, cause the Holy One of Israel to cease from before us.

9କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;

10ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;

11ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ିଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”

12ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ;

13ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍‍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.