11ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ିଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”
12ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ;
13ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।
14ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ।”
15କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।”