ଯିଶାଇୟ 30

ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।

Isaiah 30:18 (UKJV) And therefore will the LORD wait, that he may be gracious unto you, and therefore will he be exalted, that he may have mercy upon you: for the LORD is a God of judgment: blessed are all they that wait for him.

16ମାତ୍ର ତୁମ୍ଭେମାନେ କହିଲ, “ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ;” ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, “ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା;” ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍‍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ।

17ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡ ସ୍ୱରୂପ ହୋଇ ଅବଶିଷ୍ଟ ରହିବ।

18ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।

19ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବାମାତ୍ରେ ତୁମ୍ଭକୁ ଉତ୍ତର ଦେବେ।

20ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଲେଶରୂପ ଜଳ ଦିଅନ୍ତି, ତଥାପି ତୁମ୍ଭମାନଙ୍କର ଶିକ୍ଷକଗଣ ଆଉ ଗୁପ୍ତ ରହିବେ ନାହିଁ, ମାତ୍ର ତୁମ୍ଭର ଚକ୍ଷୁ ତୁମ୍ଭ ଶିକ୍ଷକଗଣକୁ ଦେଖିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.