ଯିଶାଇୟ 30

ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, ଏଠାରୁ ବାହାରି ଯାଅ।

Isaiah 30:22 (UKJV) All of you shall defile also the covering of your graven images of silver, and the ornament of your molten images of gold: you shall cast them away as a menstruous cloth; you shall say unto it, Get you behind.

20ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଲେଶରୂପ ଜଳ ଦିଅନ୍ତି, ତଥାପି ତୁମ୍ଭମାନଙ୍କର ଶିକ୍ଷକଗଣ ଆଉ ଗୁପ୍ତ ରହିବେ ନାହିଁ, ମାତ୍ର ତୁମ୍ଭର ଚକ୍ଷୁ ତୁମ୍ଭ ଶିକ୍ଷକଗଣକୁ ଦେଖିବ।

21ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ, “ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର।”

22ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, ଏଠାରୁ ବାହାରି ଯାଅ।

23ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।

24ମଧ୍ୟ ଭୂମି ଚାଷକାରୀ ବଳଦ, ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.