23ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।
24ମଧ୍ୟ ଭୂମି ଚାଷକାରୀ ବଳଦ, ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ।
25ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ।
26ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ।
27ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;