26ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ।
27ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;
28ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଲାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ।
29ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।
30ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।