ଯିଶାଇୟ 30

ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ।

Isaiah 30:3 (UKJV) Therefore shall the strength of Pharaoh be your shame, and the trust in the shadow of Egypt your confusion.

1ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ ମନ୍ତ୍ରଣା କରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର!

2ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି।

3ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ।

4କାରଣ ତାହାର ଅଧିପତିମାନେ ସୋୟନରେ ଅଛନ୍ତି ଓ ତାହାର ରାଜଦୂତଗଣ ହାନେଷକୁ ଆସିଅଛନ୍ତି।

5ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କିମ୍ବା ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ୱରୂପ ଅଟନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.