30ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।
31କାରଣ ସଦାପ୍ରଭୁଙ୍କ ରବରେ ଅଶୂର ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ, ସେ ତାହାକୁ ଦଣ୍ଡାଘାତ କରିବେ।
32ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ।
33କାରଣ ତୋଫତ୍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।