4କାରଣ ତାହାର ଅଧିପତିମାନେ ସୋୟନରେ ଅଛନ୍ତି ଓ ତାହାର ରାଜଦୂତଗଣ ହାନେଷକୁ ଆସିଅଛନ୍ତି।
5ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କିମ୍ବା ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ୱରୂପ ଅଟନ୍ତି।”
6ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।
7କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।
8ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତକାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ନଳାକାର ପୁସ୍ତକରେ ତାହା ଲିପିବଦ୍ଧ କର।