ଯିଶାଇୟ 30

କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।

Isaiah 30:7 (UKJV) For the Egyptians shall help in vain, and to no purpose: therefore have I cried concerning this, Their strength is to sit still.

5ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କିମ୍ବା ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ୱରୂପ ଅଟନ୍ତି।”

6ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।

7କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।

8ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତକାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ନଳାକାର ପୁସ୍ତକରେ ତାହା ଲିପିବଦ୍ଧ କର।

9କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.