ଯିଶାଇୟ 30

କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;

Isaiah 30:9 (UKJV) That this is a rebellious people, lying children, children that will not hear the law of the LORD:

7କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।

8ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତକାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ନଳାକାର ପୁସ୍ତକରେ ତାହା ଲିପିବଦ୍ଧ କର।

9କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;

10ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;

11ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ିଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.