1ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର!
2ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ।
3ମିସରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହନ୍ତି ଓ ସେମାନଙ୍କ ଅଶ୍ୱଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ।
4କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।
5ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ରକ୍ଷା କରନ୍ତି, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ; ସେ ତାହାକୁ ରକ୍ଷା କରି ଉଦ୍ଧାର କରିବେ, ସେ ତାହାକୁ ନିସ୍ତାର କରି ରକ୍ଷା କରିବେ।”