6ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ।
7କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ-ପ୍ରତିମାରୂପ ପାପବସ୍ତୁ ପକାଇ ଦେବ।
8“ସେହି ସମୟରେ ଅଶୂରୀୟ ଖଡ୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ୍ଗରେ ନୁହେଁ; ପୁଣି ଖଡ୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ୍ଗ ନୁହେଁ; ଆଉ, ସେ ଖଡ୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ।
9ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍ବିଗ୍ନ ହେବେ,” ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ଡ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି।