ଯିଶାଇୟ 32

ସେମାନେ ମନୋରମ କ୍ଷେତ୍ର ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଛାତିରେ ମାରି ହେବେ।

Isaiah 32:12 (UKJV) They shall lament for the teats, for the pleasant fields, for the fruitful vine.

10ହେ ନିଶ୍ଚିନ୍ତା ନାରୀଗଣ, ତୁମ୍ଭେମାନେ ଏକ ବର୍ଷର ଉପରେ କେତେକ ଦିନ ଉଦ୍‍ବିଗ୍ନା ହେବ; କାରଣ ଦ୍ରାକ୍ଷାଫଳର ଅଭାବ ହେବ, ଫଳ ଅମଳର ସମୟ ଆସିବ ନାହିଁ।

11ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍‍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ।

12ସେମାନେ ମନୋରମ କ୍ଷେତ୍ର ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଛାତିରେ ମାରି ହେବେ।

13ମୋʼ ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ; ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;

14କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀ-ଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.