11ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ।
12ସେମାନେ ମନୋରମ କ୍ଷେତ୍ର ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଛାତିରେ ମାରି ହେବେ।
13ମୋʼ ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ; ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;
14କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀ-ଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ;
15ଶେଷରେ ଊର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ।