ଯିଶାଇୟ 32

ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ।

Isaiah 32:3 (UKJV) And the eyes of them that see shall not be dim, and the ears of them that hear shall hearken.

1ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।

2ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।

3ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ।

4ଆହୁରି, ଅବିବେଚକର ଚିତ୍ତ ଜ୍ଞାନ ପାଇବ ଓ ତୋତଲାମାନଙ୍କର ଜିହ୍ୱା ସହଜରେ ସ୍ପଷ୍ଟ କଥା କହିବ।

5ମୂଢ଼ ଲୋକ ମହାତ୍ମା ବୋଲି ଓ ଖଳ ଲୋକ ଉଦାର ବୋଲି ଆଉ ବିଖ୍ୟାତ ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.