5ମୂଢ଼ ଲୋକ ମହାତ୍ମା ବୋଲି ଓ ଖଳ ଲୋକ ଉଦାର ବୋଲି ଆଉ ବିଖ୍ୟାତ ହେବ ନାହିଁ।
6କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ।
7ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।
8ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।
9ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋʼ ବାକ୍ୟରେ କର୍ଣ୍ଣପାତ କର।