ଯିଶାଇୟ 32

ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।

Isaiah 32:8 (UKJV) But the liberal devises liberal things; and by liberal things shall he stand.

6କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ।

7ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍‍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।

8ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।

9ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋʼ ବାକ୍ୟରେ କର୍ଣ୍ଣପାତ କର।

10ହେ ନିଶ୍ଚିନ୍ତା ନାରୀଗଣ, ତୁମ୍ଭେମାନେ ଏକ ବର୍ଷର ଉପରେ କେତେକ ଦିନ ଉଦ୍‍ବିଗ୍ନା ହେବ; କାରଣ ଦ୍ରାକ୍ଷାଫଳର ଅଭାବ ହେବ, ଫଳ ଅମଳର ସମୟ ଆସିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.