7ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।
8ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।
9ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋʼ ବାକ୍ୟରେ କର୍ଣ୍ଣପାତ କର।
10ହେ ନିଶ୍ଚିନ୍ତା ନାରୀଗଣ, ତୁମ୍ଭେମାନେ ଏକ ବର୍ଷର ଉପରେ କେତେକ ଦିନ ଉଦ୍ବିଗ୍ନା ହେବ; କାରଣ ଦ୍ରାକ୍ଷାଫଳର ଅଭାବ ହେବ, ଫଳ ଅମଳର ସମୟ ଆସିବ ନାହିଁ।
11ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ।