ଯିଶାଇୟ 33

ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ।

Isaiah 33:12 (UKJV) And the people shall be as the burnings of lime: as thorns cut up shall they be burned in the fire.

10ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା,” “ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା।

11ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍‍ ଶ୍ୱାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ।

12ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ।

13ହେ ଦୂରବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ୱୀକାର କର।”

14ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତକାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.