14ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତକାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ?
15ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
16ସେ ଉଚ୍ଚସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।
17ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ।
18ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ? ମୁଦ୍ରା ତୌଲକାରୀ କାହିଁ? ଦୁର୍ଗ ଗଣନାକାରୀ କାହିଁ?